ଆଜି ଭୁବନେଶ୍ୱରର ୬ଟି ସ୍ଥାନରେ ହେବ ରାବଣ ପୋଡି

Above Post Content

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ହେବ ରାବଣପୋଡ଼ି । ଏହି ରାବଣ ପୋଡି ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ରାଜଧାନୀର ୬ ଟି ସ୍ଥାନକୁ ମିଳିଛି ଅନୁମତି । ଝାରପଡା, ବରମୁଣ୍ଡା, ନହାରକଣ୍ଟା, କୋରଡ଼କଣ୍ଟା, ଛତାବର ଓ ତମାଣ୍ଡୋକୁ ରାବଣ ପୋଡି ପାଇଁ ଅନୁମତି ପ୍ରଦାନ କରାଯାଇଛି । ଜନଗହଳିପୂର୍ଣ୍ଣ ତଥା ଲୋକେ ବସବାସ କରୁଥିବା ଅଞ୍ଚଳକୁ ଏଥର ଅନୁମତି ମିଳିନାହିଁ । ସୁରକ୍ଷା ସମ୍ପର୍କିତ ସମସ୍ତ ନିୟମାବଳୀ ପାଳନ କରୁଥିବା ପୂଜା ମଣ୍ଡପକୁ ଅନୁମତି ପ୍ରଦାନ କରିଛି ଅଗ୍ନିଶମ ବିଭାଗ । ଏନେଇ ଡେପୁଟି ଫାୟାର ଅଫିସର ଅବନୀ ସ୍ୱାଇଁ ସୂଚନା ଦେଇଛନ୍ତି ।

Middle post content

୧୦୦ ମିଟର ଜୋନ ଭିତରେ ରହିବେ ନାହିଁ ଲୋକେ

After 2nd paragraph post ads

ରାବଣ ପୋଡି ହେଉଥିବା ସ୍ଥାନରେ ଗୋଟିଏ ଅଗ୍ନିଶମ ଟିମ ସହ ୭ ଜଣ କର୍ମଚାରୀ ଉପସ୍ଥିତ ରହିବେ । ଜଣେ ଫାୟାର ଅଫିସରଙ୍କ ନେତୃତ୍ୱରେ ଏହି ଟିମ ରାବଣ ପୋଡି ମଣ୍ଡପ ନିକଟରେ ନିୟୋଜିତ ହେବ । ସେପଟେ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଟର ଜୋନ ଭିତରେ ଲୋକ ରହିବେ ନାହିଁ । ଲାଇସେନ୍ସପ୍ରାପ୍ତ ବାଣ ଦୋକାନୀଙ୍କଠାରୁ ବାଣ କିଣାଯାଇଥିବ । ସୁରକ୍ଷା ଦୃଷ୍ଟିକୋଣରୁ ବାରିକେଡର ବ୍ୟବସ୍ଥା ମଧ୍ୟ କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami