କିଶୋରଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଅଲିମ୍ପିକ୍ସ ପାଇଁ ସମସ୍ତ ସହଯୋଗ କରିବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି । ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବାରୁ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ପ୍ରଦାନ କରିଛନ୍ତି । କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ ।

କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ

ସମ୍ବର୍ଦ୍ଧିତ ବେଳେ କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଥିଲେ । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଅଲିମ୍ପିକ୍ସ ପାଇଁ ସମସ୍ତ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ । ସମ୍ବର୍ଦ୍ଧନା ଉତ୍ସବରେ ୫-ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ ।ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ଏଥି ସହ କ୍ରୀଡ଼ାବିତମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ ରଖିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଚଳିତ ବର୍ଷ ଆଣିଛି ଅନେକ ସଫଳତା

ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି । ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି । ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ । କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି ।

kishor jena newssports storythe chief minister gave one and a half crores to the teenager
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami