ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀଙ୍କୁ ବର୍ଷକୁ ୧୫ ଦିନର ସାମୟିକ ଛୁଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ କରିବା ନିମନ୍ତେ ଘୋଷଣା କରିଛନ୍ତି । ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା । ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ ଏବଂ ୧୩୮ ମଦ୍ରାସାରେ କାର୍ଯ୍ୟରତ ପ୍ରାୟ ୩୩୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ ।

ମହିଳାଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି

ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ । ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ୱ ଛୁଟି ମିଳିବ । ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସମେଣ୍ଟ ସ୍କେଲ ସୁବିଧା ପ୍ରଦାନ କରାଯିବ ।

15 days temporary leave of the employees of aided educational institutescm naveen patnaik extended 15 days temporary leaveemployees of aided educational institutes
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami