ଶଙ୍ଖ ନାଦରେ କମ୍ପିଲା ଭୁବନେଶ୍ୱର

ଭୁବନେଶ୍ୱର: ଶଙ୍ଖ ନାଦରେ କମ୍ପିଲା ରାଜଧାନୀ ଭୁବନେଶ୍ୱର । ଗତକାଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିଥିଲେ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ରୁଣ୍ଡ ହୋଇଥିଲେ ଲକ୍ଷ ଲକ୍ଷ ଲୋକ । ଆଉ ଏହି ଜନସମୁଦ୍ର ଭିତରୁ ଶୁଭୁଥିଲା ନବୀନ ଜିନ୍ଦାବାଦ ଓ ବିଜେଡି ଜିନ୍ଦାବାଦ ଧ୍ୱନୀ । ପୂରା ଭୁବନେଶ୍ୱର ଥିଲା ନବୀନ ମୟ ।

ନବୀନଙ୍କୁ ଦେଖିବାକୁ ଜନତାଙ୍କ ମଧ୍ୟରେ ଥିଲା ଅପୂର୍ବ ଉତ୍ସାହ

ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିବା ମେଗା ରୋଡ ଶୋ’ ଗୋପବନ୍ଧୁ ଛକ, ଡିଏଭି ସ୍କୁଲ ଛକ, ଶ୍ରୀକୃଷ୍ଣ କ୍ଲବ ଛକ, କଳିଙ୍ଗ ଷ୍ଟାଡିୟମ ଛକ, ବାୟାବାବା ମଠ, ସତ୍‌ଯନଗର, ଶିଶୁଭବନ ଛକ ଦେଇ ଯିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ସମବେତ ଜନତାଙ୍କ ମଧ୍ୟରେ ଥିଲା ଅପୂର୍ବ ଉତ୍ସାହ । ସୁଖଦୁଃଖର ସାଥୀ ନେତାଙ୍କ ସାନ୍ନିଧ୍ୟ ଲାଭ କରିବା ଲାଗି ସବୁଠି ରହିଥିଲା ଉଦବେଳନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ- ଜୁଲାଇ ମାସରୁ ବିଜୁଳି ବିଲ ମାଗଣା ହେବ । ସମସ୍ତଙ୍କ ଲାଗି ବିଏସକେୱାଇ ଲାଗୁ ହେବ । ଏହାସହ ଶଙ୍ଖ ଚିହ୍ନରେ ଭୋଟ ଦେବା ଲାଗି ସେ ଉପସ୍ଥିତ ଜନତାଙ୍କୁ ଦେଇଥିଲେ ଆହ୍ୱାନ । ସମସ୍ତ ସ୍ଥାନରେ ହଜାର ହଜାର ଏସଏଚଜି ମହିଳା ବି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ଶୁଭେଚ୍ଛା । ହାତରେ ବିଜେଡି ପତାକା ଧରି ମେଗା ଶୋ’ରେ ସାମିଲ ହୋଇଥିଲେ ରାଜଧାନୀବାସୀ । ରୋଡ ଶୋ’ରେ ସାମିଲ ହୋଇଥିଲେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ।

cm naveen patnaiknaveen patnaik road show
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami