୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ନବୀନ

ବାରିପଦା: ଆଜି ମୟୁରଭଞ୍ଜ, ବାଲେଶ୍ୱର ଓ ଯାଜପୁର ୩ ଲୋକସଭା କ୍ଷେତ୍ରରେ ଜୋରଦାର ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ୩ ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ । ନିର୍ବାଚନୀ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସବୁଠି ଉତ୍ସାହ ଦେଖିବାକୁ ମିଳିଛି ।

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ

ଅପରାହ୍ନ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାରେ ଯୋଗ ଦେବେ ନବୀନ । ଏଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ୱର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।

cm campaign in 4 constituencycm naveen patnaikcm naveen patnaiks campaign
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami