କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନବାଣରେ ଘାଇଲା କଲେ ପାଣ୍ଡିଆନ

ସମ୍ବଲପୁର: ସମ୍ବଲପୁରରେ କେନ୍ଦ୍ରମନ୍ତୀଙ୍କୁ ସମାଲୋଚନା କଲେ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ସମ୍ବଲପୁରରୁ ବିଜେପି ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଚାରିଛନ୍ତି ଏକାଧିକ ପ୍ରଶ୍ନ । କହିଥିଲେ, ଏ ଅଂଚଳର ଭାଷା, କଳା ଓ ସଂସ୍କୃତି ଲାଗି ସମ୍ବଲପୁର ପାଇଛି ସ୍ୱତନ୍ତ୍ର ପରିଚୟ । ସମ୍ବଲପୁରୀ କୋଶଳୀ ଭାଷାକୁ ସମ୍ବିଧାନର ଅଷ୍ଠମ ଅନୁଚ୍ଛେଦରେ ସାମିଲ ଲାଗି ଲଗାତର ୫ ଥର ଧରି ପ୍ରସ୍ତାବ ପଠାଇଥିଲେ ମୁଖ୍ୟମନ୍ତ୍ରୀ । ହେଲେ କେନ୍ଦ୍ର କିଛି କଲେ ନାହିଁ । କାହିଁକି କୋଶଳୀ ଭାଷା ଆଜି ପର୍ଯ୍ୟନ୍ତ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରାଯାଇନାହିଁ ବୋଲି ପଚାରିଛନ୍ତି ପାଣ୍ଡିଆନ ।

କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ କରିପାରିଥାନ୍ତେ ଟେକ୍ସଟାଇଲ ପାର୍କ

ସମ୍ବଲପୁରୀ ଶାଢୀରେ ଥିବା ଇକତ ଡିଜାଇନକୁ ସ୍ୱତନ୍ତ୍ର ପରିଚୟ ଦେବାକୁ ଦିଲ୍ଲୀରେ ଥିବା କୃଷି ଭବନର ଜିଜାଇନ ଏହି ସମ୍ବଲପୁରୀ ଶାଢୀ ଡିଜାଇନରେ କରାଯାଇଛି । ଏହି କୋଠାର ଡିଜାଇନ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । କଳାଭୂମିରେ ସମ୍ବଲପୁରୀ ଶାଢୀ ମ୍ୟୁଜିୟମ ତିଆରି କରୁଛନ୍ତି । ଅଂଚଳରୁ ଥିବା କେନ୍ଦ୍ରମନ୍ତ୍ରୀ ସମ୍ବଲପୁରୀ ଶାଢୀର ଉନ୍ନତି ଓ ଏହାକୁ ଜୀବିକା କରିଥିବା ବୁଣାକାରଙ୍କ ପାଇଁ କଣ କରିଛନ୍ତି ବୋଲି ପଚାରିଛନ୍ତି । କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ ଏଠାରେ ଟେକ୍ସଟାଇଲ ପାର୍କ କରିପାରିଥାନ୍ତେ । ହେଲେ କଣ କରିଛନ୍ତି ବୋଲି ପଚାରିଛନ୍ତି । ବୁଣାକାରଙ୍କ ସହଯୋଗ ଲାଗି ସମ୍ବଲପୁରୀ ଶାଢୀର ରପ୍ତାନୀ ଲାଗି ପଦକ୍ଷେପ ନେଇପାରିଥାନ୍ତେ । ଏ ଅଂଚଳର ବରପୁତ୍ରଙ୍କ ସ୍ମୃତି ପୀଠ ଲାଗି କେନ୍ଦ୍ରମନ୍ତ୍ରୀ କିଛି କରିନାହାନ୍ତି । ଯାହା ବି କରିଛନ୍ତି ମୁଖ୍ୟମନ୍ତ୍ରୀ ବଡ଼଼ ବଡ଼ ସ୍ମୃତି ପୀଠ କରିଛନ୍ତି । ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ସରକାର କେନ୍ଦ୍ର ସହ ମିଶି ବେଆଇନ ଆଡ଼ିବନ୍ଧ ଓ ଡ୍ୟାମ ନିର୍ମାଣ କଲେ । ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ସୁପ୍ରିମକୋର୍ଟରେ ମହାନଦୀ ଟ୍ରିବ୍‌ୁ୍ୟନାଲ ଗଠନ ହେଲା । ଏହି ଟ୍ରିବ୍ୟୁନାଲ ଗଠନକୁ ବିରୋଧ କରିଥିଲେ କେନ୍ଦ୍ର ସରକାର । ସେହି ସମୟରେ ଏଠାକାର କେନ୍ଦ୍ରମନ୍ତ୍ରୀ କେନ୍ଦ୍ର ସରକାରଙ୍କ ସହ ଠିଆ ହୋଇଥିଲେ । ସମ୍ବଲପୁର, ବରଗଡ଼ ସହ ଶେଷରେ ଓଡ଼ିଶାକୁ ଭୁଲିଗଲେ କେନ୍ଦ୍ରମନ୍ତ୍ରୀ ।

5T Secretary VK Pandiankartik pandian targets bjp
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami