ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା, ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ ମାଆ

ଭୁବନେଶ୍ୱର: ଆଉ ଦିନ କେଇଟାକୁ ଅପେକ୍ଷା । ଧରାବତରଣ କରିବେ ଜଗତଜନନୀ ମାଆ ଦୁର୍ଗା । ଆଜିଠୁ ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ନବ ଦିନାତ୍ମକ ପୂଜାରେ ମା’ ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଦେବୀ ପୀଠ । ସ୍ୱତନ୍ତ୍ର ରୀତିନୀତି ସହକାରେ ୯ ଦିନ ଧରି ଚାଲିବ ମାଆଙ୍କର ନବରାତ୍ରି ପୂଜା । ଆଜି ନବରାତ୍ରିର ପ୍ରଥମ ଦିନରେ ମାତା ଶୈଳପୁତ୍ରୀଙ୍କୁ ପୂଜା କରାଯାଏ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ବିଭିନ୍ନ ଶକ୍ତିପୀଠ ପରିବେଶ ।

ଧବଳମୁଖି ବେଶରେ ଦର୍ଶନ ଦିଅନ୍ତି ସମଲେଶ୍ୱରୀ

ଆଜି ନାରାୟଣୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ କଟକ ଚଣ୍ଡି । ନବରାତ୍ର ପୂଜା ଦୃଷ୍ଟିରୁ ମାଆଙ୍କ ପୀଠରେ ଅଧିକ ଭକ୍ତଙ୍କ ସମାଗମ ହୋଇଛି । ସେପଟେ ମାଆ ସମଲେଇଙ୍କ ପୀଠରେ ମଧ୍ୟ ଆଜିଠୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଗତକାଲି ପରି ଆଜି ବି ଧବଳମୁଖି ବେଶରେ ଦର୍ଶନ ଦେଉଛନ୍ତି ମାଆ ସମଲେଶ୍ୱରୀ । ଅଢେଇ ଦିନ ପର୍ଯ୍ୟନ୍ତ ମାଆଙ୍କୁ ଧବଳମୁଖି ବେଶ କରିବା ନେଇ ପରମ୍ପରା ରହିଛି । ଅନ୍ୟପଟେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି ।

ରଥରେ ବସି ଦର୍ଶନ ଦେବେ ମାଆ ବିରଜା

ସେହିପରି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ଆଜି ଠାରୁ ମା’ଙ୍କ ନବ ଦିନାତ୍ମକ ରଥଯାତ୍ରା ଆରମ୍ଭ ହେବାର ପରମ୍ପରା ରହିଛି । ଆଜି ଅପରାହ୍ନରେ ରଥ ପ୍ରତିଷ୍ଠା ହେବା ପରେ ମାଙ୍କ ଚଳନ୍ତି ପ୍ରତିମା ରଥ ଉପରକୁ ବିଜେ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଏଭଳି ବିରଳ ପରମ୍ପରା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳେ ନାହିଁ । ସେହିପରି ମାଙ୍କ ଷୋଡଶ ଉପଚାର ପୂଜା ଜାରି ରହିଥିବା ବେଳେ ଏହି ନବରାତ୍ର ଅବସର ରେ ମାଙ୍କ ଗର୍ଭ ଗୃହ କୁ ଯାଇ ଶ୍ରଦ୍ଧାଳୁଙ୍କୁ ପାଦ ଦର୍ଶନ ଓ ମୁଖ ଦର୍ଶନର ସୁଯୋଗ ମିଳିଥାଏ । ସେପଟେ ଦୈନିକ ଶାସନ ବ୍ରାହ୍ମଣ ମାନେ ପବିତ୍ର ବୈତରଣୀରୁ ଜଳ ଆଣି ମାଙ୍କୁ ସ୍ନାନ କରିଥାନ୍ତି । ମାଙ୍କ ଶୃଙ୍ଖଳିତ ଦର୍ଶନ, ନୀତିକାନ୍ତି ଏବଂ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

navaratra pujanavaratra puja from today at shaktipeeth
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami