କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା କ୍ଷେତ୍ରରେ ନବନୀଙ୍କ ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ । ସେ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟାରେ ସେ କେନ୍ଦ୍ରାପଡା ବାରୋ ପଡିଆରେ ପହଞ୍ଚିଥିଲେ । ସେଠାରେ ଜନସଭାରେ କେନ୍ଦ୍ରାପଡା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଧାନସଭା ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ପାଇଁ ଭୋଟ୍ ଭିକ୍ଷା କରିଥିଲେ । ସେଠାରୁ ହେଲିକପଟର ଯୋଗେ ଯାଇ ଦିନ ୧୨ଟା ୨୦ ମିନିଟରେ ପାରାଦୀପ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାହାମାରେ ପହଞ୍ଚିବେ । ସେଠାରେ ଆଉ ଏକ ସମାବେଶରେ ଉଦବୋଧନ ଦେଇ ଜଗତସିଂହପୁର ସଦର ମହକୁମା ଯିବେ । ଦିନ ୧ଟା ୧୦ ମିନିଟରେ ଜଗତସିଂହପୁର ଷ୍ଟାଡିୟମରେ ପହଞ୍ଚି ଏକ ସମାବେଶରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ନିବେଦନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଭଦ୍ରକ ଗସ୍ତରେ ଯାଇ ଅପରାହ୍ନରେ ବାସୁଦେବପୁର, ତିହିଡିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ।

cm naveen patnaiknaveen patnaik campaign
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami