ଶ୍ରୀଜିଉଙ୍କୁ ଦର୍ଶନ କଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ,କାଲି ନେବେ ଶପଥ

ପୁରୀ: ଶ୍ରୀଜିଉଙ୍କୁ ଦର୍ଶନ କଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତିି । ମନ୍ଦିରରେ ପ୍ରାୟ ୧ଘଣ୍ଟା ଧରି ପୂଜାର୍ଚ୍ଚନା କରି ଭୁବନେଶ୍ୱରସ୍ଥିତ ରାଜଭବନ ଅଭିମୁଖେ ଆସିଥିଲେ । ଏଠାରେ ସୋମବାର ରାତ୍ରିଯାପନ କରିବେ । କାଲି ଦିନ ୧୧ଟା ୪୫ରେ ସେ ରାଜ୍ୟପାଳ ଭାବେ ଶପଥ ନେବେ ।

ଶପଥ ଉତ୍ସବରେ ଯୋଗଦେବେ ୮୦ ବନ୍ଧୁ,ପରିବାରବର୍ଗ

ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିିଥିଲେ ନୂଆ ରାଜ୍ୟପାଳ ରଘୁବର ଦାସ । ଆସନ୍ତା ୩୧ ତାରିଖରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି ।ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ । ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ । ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗଙ୍କୁ ଆଣିବେ । ସମସ୍ତେ ଟ୍ରେନ୍‌ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିବେ । ରାଜ୍ୟପାଳଙ୍କୁ ଜେଡ୍‌+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି ।

new governornew governor of odishanew governor Raghubar dasRaghubar das the new governor of odisha visited lord shri jagannath in puri
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami