ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ବଡ଼ ପରିବର୍ତ୍ତନ : ହଟାଗଲା ଇନ୍ଦିରା, ନର୍ଗିସ୍‌ଙ୍କ ନାଁ

Above Post Content

ନୂଆଦିଲ୍ଲୀ: ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ବଡ଼ ପରିବର୍ତ୍ତନ । ଏଥିରେ ‘ସର୍ବଶ୍ରେଷ୍ଠ ନବାଗତ ଚଳଚ୍ଚିତ୍ର ପାଇଁ ରହିଥିବା ଇନ୍ଦିରା ଗାନ୍ଧୀ ପୁରସ୍କାର’ ଏବଂ ‘ଜାତୀୟ ସଂହତି ଉପରେ ସର୍ବଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍ ଦତ୍ତ ପୁରସ୍କାର’ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କିମ୍ବଦନ୍ତୀ ଅଭିନେତ୍ରୀଙ୍କ ନାଁ ହଟାଇ ଦିଆଯାଇଛି । ବିଭିନ୍ନ ବର୍ଗରେ ଦିଆଯାଉଥିବା ସମ୍ମାନକୁ ଯୁକ୍ତିସଙ୍ଗତ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଗଠିତ କମିଟିର ସୁପାରିସକ୍ରମେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ପରିବର୍ତ୍ତନ କରାଯାଇଛି । ‘ଶ୍ରେଷ୍ଠ ନବାଗତ ନିର୍ଦ୍ଦେଶକ ପାଇଁ ଇନ୍ଦିରା ଗାନ୍ଧୀ ପୁରସ୍କାର’ ନାଁ ବଦଳାଯାଇ ‘ଶ୍ରେଷ୍ଠ ନବାଗତ ନିର୍ଦ୍ଦେଶକ ପୁରସ୍କାର’ ରଖାଯାଇଛି । ପୂର୍ବରୁ ଏ ବାବଦରେ ମିଳୁଥିବା ପୁରସ୍କାର ରାଶିକୁ ନିର୍ଦ୍ଦେଶକ ଓ ନିର୍ମାତାଙ୍କ ମଧ୍ୟରେ ଭାଗ କରାଯାଉଥିବାବେଳେ ଏଣିକି କେବଳ ନିର୍ଦ୍ଦେଶକ ଉକ୍ତ ପୁରସ୍କାର ରାଶି ପାଇବେ ।

Middle post content

ଦାଦାସାହେବ ଫାଲ୍‌କେ ପୁରସ୍କାର ରାଶି ୧୫ ଲକ୍ଷକୁ ବୃଦ୍ଧି

After 2nd paragraph post ads

‘ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍ ଦତ୍ତ ପୁରସ୍କାର’ ନାଁ ବଦଳାଯାଇ ‘ଜାତୀୟ, ସାମାଜିକ ଓ ପରିବେଶୀୟ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରୁଥିବା ଶ୍ରେଷ୍ଠ ଫିଚର ଫିଲ୍ମ’ ରଖାଯାଇଛି । ଏହି ବର୍ଗରେ ସାମାଜିକ ଏବଂ ପରିବେଶ ସଂରକ୍ଷଣ ପାଇଁ ଥିବା ଅଲଗା ଅଲଗା ପୁରସ୍କାରକୁ ଗୋଟିଏ ପୁରସ୍କାର କରାଯାଇଛି । ସେହିପରି ଦାଦାସାହେବ ଫାଲ୍‌କେ ପୁରସ୍କାରରେ ଦିଆଯାଉଥିବା ନଗଦ ଅର୍ଥ ରାଶିକୁ ୧୦ ଲକ୍ଷରୁ ୧୫ ଲକ୍ଷ ଟଙ୍କାକୁ ବଢ଼ାଇ ଦିଆଯାଇଛି । ସ୍ୱର୍ଣ୍ଣ କମଳ ପୁରସ୍କାର ରାଶିକୁ ୩ ଲକ୍ଷ ଏବଂ ରଜତ କମଳ ପୁରସ୍କାର ରାଶିକୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବର୍ଗରେ ପରିବର୍ତ୍ତନ ଲାଗି ଗଠିତ କମିଟି ଗତ ଡିସେମ୍ବରରେ ଚୂଡ଼ାନ୍ତ ସୁପାରିସ କରିଥିଲେ । ୨୦୨୨ ପାଇଁ ନ୍ୟାଶନାଲ ଆୱାର୍ଡ ପାଇଁ ଏଣ୍ଟ୍ରି ଜାନୁଆରୀ ୩୦ରେ ଶେଷ ହୋଇଛି । ମହାମାରୀ ଯୋଗୁ ପୁରସ୍କାର ପ୍ରଦାନ ବିଳମ୍ବ ହେବା ସହ ୨୦୨୧ର ପୁରସ୍କାର ୨୦୨୩ରେ ପ୍ରଦାନ କରାଯାଇଥିଲା ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami