ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ବିଜୟା ଦଶମୀ

Above Post Content

ଭୁବନେଶ୍ୱର: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ । ମଣ୍ଡପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ଡୀପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ଡପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା’ ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି ।

ଦେବୀଙ୍କୁ ମହାଶକ୍ତି ରୂପେ କରାଯାଏ ପୂଜା

After 2nd paragraph post ads
Middle post content

କୁହାଯାଏ, ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ । ସମସ୍ତ ପୂଜା ମଣ୍ଡପଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି । ସକାଳୁ ଉପଚାର ପୂଜା କରାଯିବା ପରେ ବିଜୟାଦଶମୀ ଅନୁଷ୍ଠିତ ହୋଇଛି । ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେଉଛିି । କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ । ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ । ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।

ମୁଖ୍ୟ ଆକର୍ଷଣ ରାବଣ ପୋଡି

ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ । ଏହା ସହ ସନ୍ଧ୍ୟାରେ ଜମିବ ବିଜୟା ଦଶମୀର ମୁଖ୍ୟ ଆକର୍ଷଣ ରାବଣ ପୋଡି । ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକ ଭାବେ ବିଭିନ୍ନ ସ୍ଥାନରେ ରାବଣ ପୋଡି ଅନୁଷ୍ଠିତ ହେବ । ଦୁର୍ଗା ପୂଜା ଅବସରରେ ରାଜ୍ୟର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଭକ୍ତଙ୍କ ସମାଗମ ରହୁଛି । ପୂଜାମଣ୍ଡପ ଗୁଡ଼ିକ ତରଫରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଦୋକାନ ବଜାର ଏବଂ ଦୋଳି, ପୂଜା ମାହୋଲକୁ ଦ୍ୱିଗୁଣିତ କରିଦେଉଛି । କେତେକ ପୂଜାମଣ୍ଡପରେ ସୁନା, ଚାନ୍ଦି ଏବଂ ରୂପାରେ ସଜ୍ଜା ଯାଇଛି ମାଆଙ୍କୁ । ଏହାକୁ ଦେଖିବାକୁ ଶ୍ରଦ୍ଧାଳୁଙ୍କ ମନରେ ଉତ୍ସାହ ସୃଷ୍ଟି ହୋଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami