ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ: ଆରମ୍ଭ ହେଲା ପୂଜା

Above Post Content

ପୁରୀ: ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜିଠାରୁ ଆରମ୍ଭ ହୋଇଛି ପୂଜାକାର୍ଯ୍ୟ । ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ବ୍ରାହ୍ମଣବରଣ, ଗୁଆଟେକା ଆଦି ନୀତି ସଂପନ୍ନ ପରେ ପୂଜା କାର୍ଯ୍ୟ ଆରମ୍ଭ ହେବ । ୬ ଦିନବ୍ୟାପୀ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବର କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଉତ୍ସବର ପରିବର୍ତ୍ତିତ ତାରିଖ ଓ ଧାର୍ଯ୍ୟ ଶୁଭବେଳାକୁ ଶ୍ରୀମନ୍ଦିର ପରିଚାଳନା କମିଟି ଚୂଡ଼ାନ୍ତ ମୋହର ମାରିଛି ।

Middle post content

ଲୋକାର୍ପଣ ଉତ୍ସବର କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

After 2nd paragraph post ads

ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୧୭ ତାରିଖ ଅପରାହ୍ଣ ୧ଟା ୧୫ରୁ ସାଢ଼େ ୧ଟା ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଏହାର ଫଳକ ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ସିଧାସଳଖ ଆସି ଦୋଳବେଦି କୋଣରେ ରହିବ । ସାଢ଼େ ୧ଟାରୁ ୨ଟା ଭିତରେ ଗଜପତି ମହାରାଜା ଯଜ୍ଞର ପୂର୍ଣ୍ଣାହୁତି ଦେବେ । ପରେ ନିମନ୍ତ୍ରିତ ଅତିଥି ପରିକ୍ରମା ପ୍ରକଳ୍ପର ଅନ୍ତଃପ୍ରଦକ୍ଷିଣ(ଇନର କରିଡର) କରିବେ । ଶୁକ୍ରବାର ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ବ୍ରାହ୍ମଣବରଣ, ଗୁଆଟେକା ଆଦି ନୀତି ସଂପନ୍ନ ପରେ ପୂଜା କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ କହିଛନ୍ତି । ଏଥିପାଇଁ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଯଜ୍ଞବେଦି ପ୍ରସ୍ତୁତି ଶେଷ ହୋଇଛି । ବେଦପାଠ ପାଇଁ ଚାରିଦ୍ୱାରେ ବେଦମଣ୍ଡପ ତିଆରି ହୋଇଛି । ସଭା ପାଇଁ ଉତ୍ତରପାର୍ଶ୍ୱ ମଠ ପାଖରେ ବ୍ୟବସ୍ଥା କରାଯାଇଛି । କିନ୍ତୁ ସର୍ବସାଧାରଣ ଦର୍ଶନ ସ୍ୱାଭାବିକ ଚାଲିବ । ଏଥିପାଇଁ ପୋଲିସ ପ୍ରଶାସନ ବ୍ୟବସ୍ଥା କରିବ ବୋଲି ଶ୍ରୀ ଦାସ କହିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami