ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

Above Post Content

ଭୁବନେଶ୍ୱର: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ଓଡିଶାର ୪ ଲୋକସଭା ଆସନରେ ଭୋଟଗ୍ରହଣର ମତଦାନ କେନ୍ଦ୍ରରେ ସମୟ ପ୍ରକାଶ ପାଇଛି । ଚତୁର୍ଥ ପର୍ଯ୍ୟାୟରେ କଳାହାଣ୍ଡି ଲୋକସଭା ଆସନର ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ୩୯ ବୁଥରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ସେହିପରି ଖଡ଼ିଆଳ ନିର୍ବାଚନମଣ୍ଡଳୀର ୨୯ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଲୋକେ ମତଦାନ କରିବେ । ବାକି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

Middle post content

ଓଡିଶାର ୪ ଲୋକସଭା ଆସନରେ ହେବ ମତଦାନ

After 2nd paragraph post ads

ସେହିପରି ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରର ସମସ୍ତ ଭୋଟଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ହେବ । ଜୁନାଗଡ଼, ଧର୍ମଗଡ଼ ଓ ଭବାନୀପାଟଣା ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଲୋକେ ଭୋଟ ଦେବେ । ନର୍ଲା ବିଧାନସଭା କ୍ଷେତ୍ରର ୧୯ ଭୋଟଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ସେହିପରି ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ ବିଧାନସଭା କ୍ଷେତ୍ରର ୨୨ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ବାକି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ଝରିଗାଁ ବିଧାନସଭା କ୍ଷେତ୍ରର ୨୦ ଭୋଟଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ବାକି ଆସନରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ନିଆଯିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami