ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Above Post Content

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନାମାଙ୍କନ ଦାଖଲ ଏପ୍ରିଲ ୨୫ ପର୍ଯ୍ୟନ୍ତ ଚାଲିବ । ୨୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ନିର୍ବାଚନ କମିସନ ଜାରି କରିଛନ୍ତି ।

Middle post content

ମେ ୧୩ରେ ଭୋଟ ଗ୍ରହଣ

After 2nd paragraph post ads

ମେ ୧୩ରେ ଭୋଟ ଗ୍ରହଣ କରାଯିବ । ଜୁନ ୪ ରେ ଫଳାଫଳ ପ୍ରକାଶ ପାଇବ । ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ । ଓଡ଼ିଶାରେ ମେ ୧୩ରେ ଚତୁର୍ଥ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଓଡ଼ିଶା ସମେତ ୧୦ଟି ରାଜ୍ୟ ପାଇଁ ପ୍ରକାଶ ପାଇଛି । ୧୦ଟି ରାଜ୍ୟର ୯୬ଟି ଲୋକସଭା ଆସନ ପାଇଁ ହେବ ଭୋଟ ଗ୍ରହଣ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami