ଆଜିଠୁ ରାଜ୍ୟର ସବୁ ସ୍କୁଲ ଛୁଟି

Above Post Content

ଭୁବନେଶ୍ୱର: ରାଜ୍ୟରେ ଗୁରୁବାରଠାରୁ ସମସ୍ତ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହୋଇଛି । ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି । ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ଜାରି ରହିବ । ଏଥିନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ । ବର୍ତ୍ତମାନ ସ୍କୁଲରେ ନାମଲେଖା ଚାଲିଛି । ଏହି ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଅଫିସ ଖୋଲା ରହିବ ।

Middle post content

ଶିକ୍ଷକ କରିବେ ରୋଷ୍ଟର ଡ୍ୟୁଟି

After 2nd paragraph post ads

ସେହିପରି ଗ୍ରୀଷ୍ମଛୁଟି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛି । ପୂରା ଗ୍ରୀଷ୍ମଛୁଟିରେ ଶିକ୍ଷକ, ଜୁନିୟର ଆସିଷ୍ଟାଣ୍ଟ ଏବଂ ପିଅନମାନେ ରୋଷ୍ଟର ଡ୍ୟୁଟି କରିବେ । ସ୍କୁଲରେ ରୋଷ୍ଟର ଡ୍ୟୁଟି ପାଇଁ ଏକ ରେଜିଷ୍ଟର କରାଯିବ । ସ୍କୁଲ ଖୋଲିବା ପୂର୍ବରୁ ପ୍ରଧାନ ଶିକ୍ଷକ ଏବଂ ଅନ୍ୟ କର୍ମଚାରୀମାନେ ସ୍କୁଲର ପରିମଳ ଏବଂ ସୁରକ୍ଷା ଦିଗ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ, ବିଭାଗର ଏକାଡେମିକ୍ କ୍ୟାଲେଣ୍ଡର ୨୦୨୪-୨୫ରେ ମେ ୬ରୁ ଜୁନ୍ ୧୭ ଗ୍ରୀଷ୍ମଛୁଟି ହେବାର ଥିଲା । ହେଲେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami