କେଜ୍ରିୱାଲ୍ଙ୍କୁ ଗିରଫ ପରେ ବିରୋଧ କଲେ ଆପ୍ କର୍ମୀ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଗତ ସଂଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଗିରଫ ହୋଇଛନ୍ତି । ଗିରଫ ପରେ ତାତିଲେ ଆମ୍ ଆଦ୍ମୀ ପାର୍ଟି (ଆପ୍) କର୍ମୀ । ଆମ୍ ଆଦମୀ ପାର୍ଟି (ଏଏପି) ବିଜେପି ବିରୋଧରେ ଦେଶବ୍ୟାପୀ ବିରୋଧ କରିବାକୁ କହିଛି । କେଜ୍ରିୱାଲ୍ଙ୍କ ଗିରଫଦାରୀକୁ ଗଣତନ୍ତ୍ରର ହତ୍ୟା ଏବଂ ଏକଛତ୍ରବାଦୀ ଶାସନର ଘୋଷଣା ବୋଲି ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି । ସେ କହିଛନ୍ତି ଯେ ଯିଏ ବିଜେପିର ଏକଛତ୍ରବାଦୀ …