କଟକରେ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ

Above Post Content

କଟକ: ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା । କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ୱନିରେ କମ୍ପୁଛି । ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହୋଇଛି । ମଙ୍ଗଳବାର ରାତିରୁ ଭସାଣି ପର୍ବ ଆରମ୍ଭ ହୋଇ ଏବେ ଏହା ଜମି ଆସୁଛି । ବିଭିନ୍ନ ମେଢକୁ ଏବେ ଭସାଣି ଯାତ୍ରାରେ ନିଆଯାଉଛି । ଏଥିଲାଗି କଟକ ସହର ଏବେ ଲୋକାରଣ୍ୟ ହୋଇଛି । ଆଜି ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ । ଦେବୀଗଡ଼ା ଘାଟରେ ବି ଜନଗହଳି ପରିଲକ୍ଷିତ ହେଉଛି । ଏଣେ ସହରର ବିଭିନ୍ନ ସ୍ଥାନରେ ମେଢମାନଙ୍କୁ ଦେଖିବା ଲାଗି ଲୋକେ ସପରିବାର ପହଞ୍ଚିଥିବାର ଦେଖିବାକୁ ମିଳୁଛି ।

ବିସର୍ଜିତ ହେବେ ୧୫୦ରୁ ଅଧିକ ମୃଣ୍ମୟୀ ମୂର୍ତ୍ତି

After 2nd paragraph post ads
Middle post content

ଏଣେ ଭସାଣିକୁ ନେଇ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଛି । ଦେବୀଗଡ଼ାଠାରେ ପୂର୍ବରୁ କୁତ୍ରିମ ପୋଖରୀ ପ୍ରସ୍ତୁତ ହୋଇଛି । ରାସ୍ତାଘାଟ ସଫା କରାଯାଇଛି । ଦେବୀଗଡ଼ାଠାରେ ଆଲୋକୀକରଣ, ପବ୍ଲିକ ଶୌଚାଳୟର ବ୍ୟବସ୍ଥା କରିଛି କଟକ ମହାନଗର ନିଗମ । କଟକରେ ୧୫୦ରୁ ଅଧିକ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କୁ ମୃଣ୍ମୟୀ ମୂର୍ତ୍ତର୍ି ଆଜି ବିସର୍ଜିତ କରାଯିବ । କଟକରେ ଏଥିଲାଗି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତେଣେ ଭସାଣି ଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି ହୋଇଛି ।

ଯାନବାହନ ଚଳାଚଳ ଉପରେ କଟକଣା

ଭସାଣି ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି । କଲେଜ ଛକଠାରୁ ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା । ଠିକ୍ ସେହିପରି ତିନିକୋଣିଆ ବଗିଚାରୁ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଭସାଣ ବେଳେ କୌଣସି ଯାନବାହନ ଚଳାଚଳ କରିପାରିବ ନାହିଁ । ଏଣେ ଚଣ୍ଡୀଛକରୁ ଶେଖ ବଜାର ଓ ମହମ୍ମଦିଆ ବଜାର ବାଟଦେଇ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଗାଡ଼ି ଚଳାଚଳକୁ ବାରଣ କରାଯାଇଛି । ଠିକ୍ ସେହିପରି ଜାଉଁଳିଆପଟିରୁ ଫିରଙ୍ଗି ବଜାର ଦେଇ ଦେବୀଗଡ଼ା ଯାଏ ବି ଯାନବାହନ ଚଳାଚଳ ମନା । ତେଣେ ଚୌଧୁରୀ ବଜାରରୁ ପୂର୍ଣ୍ଣ ସାହି ଯାଏ ବି ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami