ଆଜି ପ୍ରଫେସର ଗଣେଶୀଲାଲଙ୍କ ଶେଷଦିନ: ୩୧ ରେ ଶପଥ ନେବେ ନୂଆ ରାଜ୍ୟପାଳ

Above Post Content

ଭୁବନେଶ୍ୱର: ଆଜି ଓଡିଶାରୁ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ । ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ । ମେ’ ୨୯ ତାରିଖ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ଭାବେ ଯୋଗଦେଇଥିଲେ ପ୍ରଫେସର ଗଣେଶୀଲାଲ । ତାଙ୍କ ପରେ ଓଡିଶାର ନୂଆ ରାଜ୍ୟପାଳ ଭାବେ ଯୋଗ ଦେବେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ସେ ଆସନ୍ତା ୨୯ ତାରିଖରେ ଓଡିଶା ଆସିବେ । ୩୧ ତାରିଖରେ ହାଇକୋର୍ଟ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ ।

Middle post content

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

After 2nd paragraph post ads

ଓଡିଶା ଛାଡିବା ପୂର୍ବରୁ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଗୁରୁବାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ । ସାକ୍ଷାତ କରି ତାଙ୍କର ଦୀର୍ଘ ତଥା ନିରାମୟ ଜୀବନ କାମନା କରିଥିଲେ ମୁଖ୍ୟମନ୍ତ୍ରୀ । ସେହିପରି ଗତକାଲି ରାଜଭବନ କର୍ମଚାରୀମାନେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ । ସମସ୍ତ କର୍ମଚାରୀ ରାଜ୍ୟପାଳଙ୍କ ବ୍ୟବହାର ତଥା ଶାସନ ପ୍ରଣାଳୀକୁ ବେଶ ପ୍ରଶଂସା କରିଥିଲେ । ଆଜି କେତେକ ବିଶିଷ୍ଠ ବ୍ୟକ୍ତି ରାଜ୍ୟପାଳଙ୍କୁ ସାକ୍ଷାତ କରି ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିବେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami